ଯୋଡ଼ା: କାରଖାନା ବ୍ଲାଷ୍ଟ ଫର୍ଣ୍ଣେସରେ ବିସ୍ଫୋରଣ, ୧୧ ଆହତ

ଯୋଡ଼ା: କେନ୍ଦୁଝର ଜିଲ୍ଲା ରୁଗୁଡ଼ି ଥାନା ଅନ୍ତର୍ଗତ ବରପଦାଠାରେ ଥିବା କେଜେଏସ ଆଲୁଓ୍ଵାଲିଆ ସ୍ପଞ୍ଜ ଆଇରନ କାରଖାନାର ବ୍ଲାଷ୍ଟ ଫର୍ଣ୍ଣେସରେ ବିସ୍ଫୋରଣ ଘଟି ୧୧ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ଯୋଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନଙ୍କ ମଧ୍ୟରୁ ଦୁଇଜଣଙ୍କ ଅବସ୍ଥା ସଙ୍ଗଟାପନ୍ନ ରହିଥିବା ଜଣାପଡ଼ିଛି।

ସମ୍ବନ୍ଧିତ ଖବର