କଟକ: ଆଜି କଟକ ସହରରୁ ମୋଟ ୧୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୫୯ ଜଣ ଓ ସ୍ଥାନୀୟ ଅଂଚଳରୁ ୫୨ ଜଣ ଅଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସରକାରୀ ସଂଗରୋଧରୁ ୨୩ ଜଣ ଓ ଗୃହ ସଂଗରୋଧରୁ ୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Advertisment

publive-image

ସୂଚନାଯୋଗ୍ୟ, ଆଜି କଟକ ଜିଲ୍ଲାରୁ ମୋଟ ୨୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ କଟକ ସହରରୁ ୧୧୧ ଜଣ ଅଛନ୍ତି। ତେବେ ଏପର୍ଯ୍ୟନ୍ତ କଟକ ସହରରୁ ୧୩ ହଜାର ୭୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨ ହଜାର ୮୩୫ ଜଣ ସୁସ୍ଥ ହୋଇସାରିଛନ୍ତି। କିନ୍ତୁ ୮୫୫ ଜଣ ଚିକିତ୍ସାଧୀନ ଥିବା ବେଳେ ୬୧ ଜଣଙ୍କର ମୃତ୍ୟୁ ହୋଇଛି।