ବୀରମହାରାଜପୁର: ଆଜି ୧୨ ଘଣ୍ଟିଆ ବୀରମହାରାଜପୁର ବନ୍ଦ୍ ଡାକରା ଦିଆଯାଇଛି । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରକୁ ଏନଏସି ଘୋଷଣା ସହ ୧୫ ଦଫା ଦାବିରେ ବନ୍ଦ୍ ଡାକରା ଦେଇଛି ଆମ ଆଦମୀ ପାର୍ଟି। ଆଜି ସକାଳୁ ସକାଳୁ ଆମ ଆଦମୀ ପାର୍ଟିର କର୍ମକର୍ତ୍ତାମାନେ ବୀରମହାରାଜପୁର ଛକ ସମେତ ବିଭିନ୍ନ ଛକରେ ପିକେଟିଂ କରିଥିବା ଦେଖିବାକୁ ମିଳିଛି। ଦୋକାନ, ବଜାର, ଯାନବାହନ ସହ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ସବୁ ବନ୍ଦ ରହିବ ବୋଲି ପାର୍ଟି ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବନ୍ଦରୁ ଜରୁରୀ ସେବାକୁ ବାଦ ଦିଆଯାଇଛି। ସୁରକ୍ଷା ଦୃଷ୍ଟିରୁ ବିଭିନ୍ନ ଛକ ମାନଙ୍କରେ ପୁଲିସ ଫୋର୍ସ ମୁତୟନ କରାଯାଇଛି।
ବୀରମହାରାଜପୁରକୁ ଏନଏସି ଘୋଷଣା ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଆମ ଆଦମୀ ପାର୍ଟି
/sambad/media/post_attachments/wp-content/uploads/2023/07/a4361644-ce35-40a0-b50c-b1f24b2f58cf.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)