ବାଳାଶ୍ରମରୁ ୧୩ ଜଣ ଅନ୍ତେବାସୀ ଚମ୍ପଟ

ବ୍ରହ୍ମପୁର: ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇ ଯାଇଥିବା ନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିଛନ୍ତି। ଏହି ଅଭିଯୋଗ କ୍ରମେ ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ, ନିଖୋଜ ୧୩ଜଣ ଅନ୍ତେବାସୀ ଭୁବନେଶ୍ୱରର ବୋଲି ଜଣାପଡ଼ିଛି। ଭୁବନେଶ୍ୱର କମିସନ୍‌ରେଟ୍‌ ପୁଲିସ ସମେତ ଗୋଶାଣିନୂଆଗାଁ ପୁଲିସ ଏକ ସ୍ୱତନ୍ତ୍ର ଟିମ୍‌ ଗଠନ କରି ନିଖୋଜ ଅନ୍ତେବାସୀଙ୍କୁ ଖୋଜିବା ପାଇଁ ତଦନ୍ତ ଆରମ୍ଭ କରିଛନ୍ତି।

ସମ୍ବନ୍ଧିତ ଖବର