କଟକ ସହରରୁ ଆଜି ୧୩୯ କରୋନା ପଜିଟିଭ୍‌ ଚିହ୍ନଟ, ସ୍ଥାନୀୟ ଅଂଚଳରୁ ୩ ଜଣ ଆକ୍ରାନ୍ତ 

କଟକ: ଆଜି କଟକ ସହରରୁ ମୋଟ ୧୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୩୬ ଜଣ ଓ ସ୍ଥାନୀୟ ଅଂଚଳରୁ ୩ ଜଣ ଅଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସରକାରୀ ସଂଗରୋଧରୁ ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୪୯ ଜଣ ପୁରୁଷ ଓ ୧୮ ଜଣ ମହିଳା ଅଛନ୍ତି। ଗୃହ ସଂଗରୋଧରୁ ୬୮ ଜଣ ଆକ୍ରାନ୍ତ ଅଛନ୍ତି। ଗୃହ ସଂଗରୋଧରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ତୁଳସୀପରରୁ ୭ ଜଣ, ବକ୍ସି ବଜାରରୁ ୬ ଜଣ, ଡିଏ ସେକ୍ଟର-୭ ୫ ଜଣ, ବିଡ଼ାନାସୀ, ବିଦ୍ୟାଧରପୁରରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହତାବ ରୋଡ, ନୟାବଜାରରୁ ୩-୩ ଜଣ,  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ଆଜି କଟକ ଜିଲ୍ଲାରୁ ମୋଟ ୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ କଟକ ସହରରୁ ୧୩୯ ଜଣ ଅଛନ୍ତି। ତେବେ ଏପର୍ଯ୍ୟନ୍ତ କଟକ ସହରରୁ ୧୧ ହଜାର ୬୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮ ହଜାର ୯୦୪ ଜଣ ସୁସ୍ଥ ହୋଇସାରିଛନ୍ତି। କିନ୍ତୁ ୨ ହଜାର ୭୦୩ ଜଣ ଚିକିତ୍ସାଧୀନ ଥିବା ବେଳେ ୪୪ ଜଣଙ୍କର ମୃତ୍ୟୁ ହୋଇଛି।

ସମ୍ବନ୍ଧିତ ଖବର