କଟକ ସହରରୁ ଆଜି ୧୪୫ କରୋନା ପଜିଟିଭ୍‌ ଚିହ୍ନଟ, ସ୍ଥାନୀୟ ଅଂଚଳରୁ ୬୯ ଜଣ ଆକ୍ରାନ୍ତ

କଟକ: ଆଜି କଟକ ସହରରୁ ମୋଟ ୧୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୭୬ ଜଣ ଓ ସ୍ଥାନୀୟ ଅଂଚଳରୁ ୬୯ ଜଣ ଅଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସରକାରୀ ସଂଗରୋଧରୁ ୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୨୪ ଜଣ ପୁରୁଷ ଓ ୬ ଜଣ ମହିଳା ଅଛନ୍ତି। ସେହିଭଳି ଗୃହ ସଂଗରୋଧରୁ ଚିହ୍ନଟ ହୋଇଥିବା ୪୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ସିଡିଏ ସେକ୍ଟର-୭ରୁ ୧୦ ଜଣ, ବିଡ଼ାନାସୀରୁ ୯ ଜଣ, କୃଷକ ବଜାର, କଚରମାଳା, ପୋଟାପୋଖରୀ, ଦେଉଳ ସାହିରୁ ୩-୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସ୍ଥାନୀୟ ସଂକ୍ରମଣ ଯୋଗୁଁ କରୋନା ଚିହ୍ନଟ ହୋଇଥିବା ରୋଗୀଙ୍କ ମଧ୍ୟରେ ଜଗତପୁରରୁ ୭ ଜଣ, ତୁଳସୀପୁରରୁ ୬ ଜଣ, ସିଡିଏ ସେକ୍ଟର-୬, ସିଡିଏ ସେକ୍ଟର-୭, କଲ୍ୟାଣୀ ନଗରରୁ ୪ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ, ଆଜି କଟକ ଜିଲ୍ଲାରୁ ମୋଟ ୨୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ କଟକ ସହରରୁ ୧୪୫ ଜଣ ଅଛନ୍ତି। ତେବେ ଏପର୍ଯ୍ୟନ୍ତ କଟକ ସହରରୁ ୧୩ ହଜାର ୩୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨ ହଜାର ଜଣେ ସୁସ୍ଥ ହୋଇସାରିଛନ୍ତି । କିନ୍ତୁ ୧ ହଜାର ୨୬୮ ଜଣ ଚିକିତ୍ସାଧୀନ ଥିବା ବେଳେ ୫୬ ଜଣଙ୍କର ମୃତ୍ୟୁ ହୋଇଛି ।

ସମ୍ବନ୍ଧିତ ଖବର