କଟକ ସହରରୁ ଆଜି ୧୪୭ କରୋନା ପଜିଟିଭ୍‌ ଚିହ୍ନଟ, ସ୍ଥାନୀୟ ଅଂଚଳରୁ ୬୬ ଜଣ ଆକ୍ରାନ୍ତ

Advertisment
କଟକ ସହରରୁ ଆଜି ୧୪୭ କରୋନା ପଜିଟିଭ୍‌ ଚିହ୍ନଟ, ସ୍ଥାନୀୟ ଅଂଚଳରୁ ୬୬ ଜଣ ଆକ୍ରାନ୍ତ

କଟକ: ଆଜି କଟକ ସହରରୁ ମୋଟ ୧୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୮୧ ଜଣ ଓ ସ୍ଥାନୀୟ ଅଂଚଳରୁ ୬୬ ଜଣ ଅଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସରକାରୀ ସଂଗରୋଧରୁ ୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୨୯ ଜଣ ପୁରୁଷ ଥିବା ବେଳେ ୧୪ ଜଣ ମହିଳା ଅଛନ୍ତି। ଗୃହ ସଂଗରୋଧରୁ ୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ଚାଉଳିଆଗଂଜ, ନୟାବଜାରରୁ ୫-୫ ଜଣ, ଗୋପାଳପୁର, ନୂଆପଡ଼ାରୁ ୪ ଜଣ ଲେଖାଏଁ ଅଛନ୍ତି।

publive-image

ସ୍ଥାନୀୟ ଅଚଂଳରୁ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ନୟାବଜାରରୁ ୭ ଜଣ, ଚାଉଳିଆଗଂଜରୁ ୬ ଜଣ, ସିଡିଏ ସେକ୍ଟର-୭, ତୁଳସୀପରୁରରୁ ୫-୫ ଜଣ , ବିଡ଼ାନାସୀରୁ ୪ ଜଣ, ଅରୁଣଦୋୟ ମାର୍କେଟ, ମହାନଦୀ ବିହାରରରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ଆଜି କଟକ ଜିଲ୍ଲାରୁ ମୋଟ ୨୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ କଟକ ସହରରୁ ୧୪୭ ଜଣ ଅଛନ୍ତି। ତେବେ ଏପର୍ଯ୍ୟନ୍ତ କଟକ ସହରରୁ ୧୨ ହଜାର ୭୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦ ହଜାର ୫୬୩ ଜଣ ସୁସ୍ଥ ହୋଇସାରିଛନ୍ତି। କିନ୍ତୁ ୨ ହଜାର ୧୦୭ ଜଣ ଚିକିତ୍ସାଧୀନ ଥିବା ବେଳେ ୫୪ ଜଣଙ୍କର ମୃତ୍ୟୁ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe