ସାପ କାମୁଡ଼ାରେ ଚାଲିଗଲା ଦୁଇ ଭାଇଙ୍କ ଜୀବନ

Advertisment
ସାପ କାମୁଡ଼ାରେ ଚାଲିଗଲା ଦୁଇ ଭାଇଙ୍କ ଜୀବନ

ଦେବଗଡ: ଦେବଗଡ଼ରେ ସାପ କାମୁଡ଼ାରେ ଗୋଟିଏ ପରିବାରର ଦୁଇ ଶିଶୁ ମୃତ | ମୃତ ଶିଶୁ ଦ୍ବୟ ଦେବଗଡ଼ ଥାନା ଅନ୍ତର୍ଗତ ଜାଂଗଲିକୁଦର ଗ୍ରାମର ସର୍ବେଶ୍ୱର ଦେହୁରୀଙ୍କ ଦୁଇ ଶିଶୁ ପୁତ୍ର ଗୌରାଙ୍ଗ ଦେହୁରୀ (୧୪) ଓ ସୌଭାଗ୍ୟ ଦେହୁରୀ (୮) ବୋଲି ଜଣାପଡିଛି | ଅନ୍ୟ ଦିନ ଭଳି ଗତକାଲି ରାତି ଖିଆପିଆ ସାରି ଘର ଚଟାଣରେ ଶୋଇଥିବା ବେଳେ ଆଜି ଭୋର ସମୟରେ ଏକ ବିଷାକ୍ତ ଚିତି ସାପ ଶିଶୁ ଦ୍ବୟଙ୍କୁ କାମୁଡି ଥିଲା |

ପରିବାର ଲୋକେ ସାପକୁ ପିଟି ମାରିଥିବା ବେଳେ ଶିଶୁ ଦ୍ବୟଙ୍କୁ ଚିକିତ୍ସା ପାଇଁ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ | ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ଉଭୟ ଶିଶୁ ପୁତ୍ରଙ୍କ ମୃତ୍ୟୁ ଘଟିଛି | ଏହି ଘଟଣା ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଥିବାବେଳେ ମୃତଦେହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରହିଥିବା ବେଳେ କିଛି ସମୟ ପରେ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାପଡିଛି |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe