କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲାରେ ୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଚକ୍‌ମା ଦେଇ ପାରନ୍ତି ନବୀନ: ବାଲିକୁଦା-ଏରସମା ଆସନରେ ଲଟକିଛି ପ୍ରାର୍ଥୀ ଘୋଷଣା

Photo: Newsroom Odisha

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି। ପ୍ରକଳ୍ପ ଦୁଇଟି ହେଉଛି କଳାହାଣ୍ଡି ଜିଲ୍ଲା ମୁରଲିଜୋର ଉପରେ ମୁରଲିଝର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଏବଂ ମୟୁରଭଞ୍ଜ ଗଙ୍ଗାହର ନଦୀ ଉପରେ ଦାମୋଦରପୁର ନଦୀଗର୍ଭ ଜଳାଶୟ ପ୍ରକଳ୍ପ। ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ସମୁଦାୟ ୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ କଳାହାଣ୍ଡି ମୁରଲୀଝର ପ୍ରକଳ୍ପ ପାଇଁ ୪୧.୨୫ କୋଟି, ମୟୁରଭଞ୍ଜ ଦାମୋଦରପୁର ପ୍ରକଳ୍ପ ପାଇଁ ୪୫ କୋଟି ମଞ୍ଜୁର ହୋଇଛି।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହାଦ୍ବାରା କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଏବଂ ମୟୁରଭଞ୍ଜ ଜିଲ୍ଲା ବଡସାହି ବ୍ଲକର ଜନସାଧାରଣ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ଏହା ବିଶେଷ ସହାୟକ ହେବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe