କଟକ ସହରରୁ ଆଜି ୨୫୭ କରୋନା ଆକ୍ରାନ୍ତ ଚିହ୍ନଟ, ସ୍ଥାନୀୟ ସଂକ୍ରମଣ ୧୩୧ ଜଣ

କଟକ: ଆଜି କଟକ ସହରରୁ ମୋଟ ୨୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରେ ୧୨୬ ଜଣ ସଂଗରୋଧ ଓ ୧୩୧ ଜଣ ସ୍ଥାନୀୟ ସଂକ୍ରମଣ ଯୋଗୁଁ ସଂକ୍ରମିତ ହୋଇଛନ୍ତି । କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।

ସିଏମସି ପକ୍ଷରୁ କୁହାଯାଇଛି ଯେ, ସରକାରୀ ସଂଗରୋଧରୁ ୩ ଜଣ କୋଭିଡ ଯୋଦ୍ଧାଙ୍କ ସମେତ ୮୧ ଜଣ କରୋନା ଆକ୍ରାନ୍ତ ଅଛନ୍ତି । ଏହି ତାଲିକାରେ ୬୪ ଜଣ ପୁରୁଷ ଥିବା ବେଳେ ୧୪ ଜଣ ମହିଳା ଅଛନ୍ତି । ଗୃହ ସଂଗରୋଧରୁ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସ୍ଥାନୀୟ ସଂକ୍ରମଣ ଯୋଗୁଁ ଆଜି ୧୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି ।

ସୂଚନାଯୋଗ୍ୟ, କଟକ ସହରରୁ ଏଯାଏଁ ୮ ହଜାର ୭୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୬ ହଜାର ୪୦୦ ଜଣ ସୁସ୍ଥ ହୋଇସାରିଛନ୍ତି । ଏବେ ୨ ହଜାର ୨୮୪ ଜଣ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ୩୬ ଜଣଙ୍କର ମୃତ୍ୟୁ ହୋଇଛି ।

ସମ୍ବନ୍ଧିତ ଖବର