କଟକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଟପିଲା, ଆଜି ୩୧୨ ପଜିଟିଭ ଚିହ୍ନଟ

ସ୍ଥାନୀୟ ସଂକ୍ରମଣ ୧୪୨ ଜଣ

କଟକ: ଆଜି କଟକ ସହରରେ କରୋନା ପଜିଟିଭ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଟପିଛି । ଆଜି ମୋଟ ୩୧୨ ଜଣ ନୂଆ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଏଥିରେ ୧୭୦ ଜଣ ସଂଗରୋଧ ଓ ୧୪୨ ଜଣ ସ୍ଥାନୀୟ ସଂକ୍ରମଣ ଯୋଗୁଁ ସଂକ୍ରମିତ ହୋଇଛନ୍ତି । କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।

ସିଏମସି ପକ୍ଷରୁ କୁହାଯାଇଛି ଯେ, ସରକାରୀ ସଂଗରୋଧରୁ ୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରେ ଜଣେ କୋଭିଡ ଯୋଦ୍ଧା, ୪୦ ଜଣ ପୁରୁଷ ଓ ୧୮ ଜଣ ମହିଳା ଅଛନ୍ତି । ଗୃହ ସଂଗରୋଧରୁ ୧୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖପୁରୀଆରୁ ୭ ଜଣ, ସିଡିଏ ସେକ୍ଟର-୭, ବିଦ୍ୟାଧରପୁର, ଦୋଳମୁଣଡାଇ, ଶେଖବଜାରରୁ ୫ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ, ଆଜି କଟକ ଜିଲ୍ଲାରୁ ମୋଟ ୫୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିରେ କଟକ ସହରରୁ ୩୧୨ ଜଣ ଅଛନ୍ତି । ତେବେ ଏଯାଏଁ କଟକ ସହରରୁ ୧୦ ହଜାର ୨୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୭ ହଜାର ୬୯୫ ଜଣ ସୁସ୍ଥ ହୋଇସାରିଛନ୍ତି । ଏବେ ୨ ହଜାର ୪୯୮ ଜଣ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ୪୦ ଜଣଙ୍କର ପ୍ରାଣହାନୀ ଘଟିଛି ।

ସମ୍ବନ୍ଧିତ ଖବର