୩୨କୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାରିପଦା: ଜିଲ୍ଲାରେ ୪୦ ତଳକୁ ଖସିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ମୟୂରଭଞ୍ଜରୁ ୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଜିଲ୍ଲାରେ କୋଭିଡ୍ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୧୩, ୨୦୯ରେ ପହଞ୍ଚିଛି ।

ସେହିପରି ଗତକାଲି ସୁଦ୍ଧା ଜିଲ୍ଲାରେ ସୁସ୍ଥ ସଂଖ୍ୟା ୧୨, ୬୯୭ ରହିଥିବା ବେଳେ ଆଜି ପର୍ଯ୍ୟନ୍ତ ୪୩୦ ଜଣ ସକ୍ରିୟ ଥାଇ ଚିକିତ୍ସାଧୀନ ଅଛନ୍ତି। ଜିଲ୍ଲାରେ ୮୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ସରକାରୀ ଭାବେ କୁହାଯାଇଛି।

ସମ୍ବନ୍ଧିତ ଖବର