ସୋନପୁରରେ କୋଭିଡ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ୫-ଟି ସଚିବ, ମୁଖ୍ୟ ସଚିବ

ସୋନପୁର: ୫-ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ ଓ ମୁଖ୍ୟ ଶାସନ ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ୍ ଆଜି ସୋନପୁରରେ କୋଭିଡ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିଛନ୍ତି । ଶ୍ରୀ ପାଣ୍ଡିଆନ ଓ ଶ୍ରୀ ତ୍ରିପାଠୀ କୋଭିଡ ସ୍ୱାସ୍ଥ୍ୟ କେନ୍ଦ୍ରରେ ଥିବା ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ନେଇ ସମୀକ୍ଷା କରିଛନ୍ତି । ଏହି ଅବସରରେ ଜିଲ୍ଲାପାଳ ମୋନିଷା ବାନାର୍ଜୀ, ଡିଆଇଜି ହିମାଂଶୁ ଲାଲ, ଏସ୍‌ପି ଦେବୀ ପ୍ରସାଦ ଦାଶ, ସିଡିଏମଓ ଡ. ଦିଲୀପ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ୫-ଟି ସଚିବ ଭି କେ ପାଣ୍ଡିଆନ ଓ ମୁଖ୍ୟ ସଚିବ ଅସିତ ତ୍ରିପାଠୀ ଆଜି ବଲାଙ୍ଗୀର ଓ ବରଗଡ଼ରେ ଥିବା କୋଭିଡ ହସ୍ପିଟାଲ ପରିଦର୍ଶନ କରିଛନ୍ତି । ସେମାନେ ସେଠାରେ ଥିବା ଭିତ୍ତିଭୂମିର ସମୀକ୍ଷା କରିଛନ୍ତି ।

ସମ୍ବନ୍ଧିତ ଖବର