କନ୍ଧମାଳ: ଘାଟିରୁ ଟ୍ରକ୍‌ ଓଲଟି ୮ ମୃତ, ୨୫ ଗୁରୁତର

କନ୍ଧମାଳ/ବାଲିଗୁଡ଼ା: ଆଜି ସକାଳେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାହ୍ମଣୀ ଗାଁ ଘାଟିରେ ଏକ ୪୦୭ ଟ୍ରକ୍‌ ଭାରସାମ୍ୟ ହରାଇ ଘାଟିରୁ ତଳକୁ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟୁନ ୨୫ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଖବର ପାଇ ପୁଲିସ, ଦମକଳ ଓ ୧୦୮ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି  ମୃତାହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। କୁହୂଡ଼ି ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।

ମିଳିଥିବା ସୂଚନା ଅନୁଯାୟୀ, କେତେକ ଲୋକ ବ୍ରାହ୍ମଣୀଗାଁ ଗଦାପୁରକୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ମିନିଟ୍ରକରେ ବସି ଯାଉଥଲେ। ଟ୍ରକ୍‌ରେ ପ୍ରାୟ ୪୦ରୁ ଊର୍ଧ୍ୱ ଲୋକ ବସି ଯାଉଥିିବା ବେଳେ ଘାଟିର ଏକ ବୁଲାଣି ନିକଟରେ ଟ୍ରକ୍‌ ଡ୍ରାଇଭର ଗାଡ଼ିକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିଲେ। ଫଳରେ ଟ୍ରକ୍‌ଟି ପ୍ରାୟ ୧୦ ଫୁଟ୍‌ ଉପରୁ ତଳକୁ ଖସି ପଡ଼ିଥିଲା। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୮ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ସମସ୍ତ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ବ୍ରାହ୍ମଣୀ ଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୨୫ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଯିବାର ବ୍ୟବସ୍ଥା କରାଯାଉଛି।

ସମ୍ବନ୍ଧିତ ଖବର