କଟକ ସହରରୁ ଆଜି ୯୮ କରୋନା ପଜିଟିଭ୍‌ ଚିହ୍ନଟ, ସ୍ଥାନୀୟ ଅଂଚଳରୁ ୪୫ ଜଣ ଆକ୍ରାନ୍ତ

କଟକ: ଆଜି କଟକ ସହରରୁ ମୋଟ ୯୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୫୩ ଜଣ ଓ ସ୍ଥାନୀୟ ଅଂଚଳରୁ ୪୫ ଜଣ ଅଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସରକାରୀ ସଂଗରୋଧରୁ ୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୨୨ ଜଣ ପୁରୁଷ ଥିବା ବେଳେ ୧୧ ଜଣ ମହିଳା ଅଛନ୍ତି। ଗୃହ ସଂଗରୋଧରୁ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପାଇଥନ ସାହି, ତୁଳସୀପୁରରୁ ୪-୪ ଜଣ, ଚାଉଳିଆଗଂଜରୁ ୩ ଜଣ, ମହାନଦୀ ବିହାରରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସ୍ଥାନୀୟ ସଂକ୍ରମଣ ଯୋଗୁଁ ଆକ୍ରାନ୍ତ ହୋଇଥିବା ବ୍ୟକ୍ତିମାନଙ୍କ ମଧ୍ୟରେ ତୁଳସୀପୁର ମଠସାହିରରୁ ୬ ଜଣ ଅଛନ୍ତି। ସେହିଭଳି ସିଡିଏ ସେକ୍ଟର-୬, ସିଡିଏ ସେକ୍ଟର-୧୧, ମହାନଦୀ ବିହାରରୁ ୩-୩ ଜଣ, କଣ୍ଟେନମେଣ୍ଟ ଜୋନ୍‌, ଚାଉଳିଆଗଂଜ, ମଙ୍ଗଳାବାଗ, ରାଣୀହାଟ, ଜୋବ୍ରା, ଦେଉଳସାହିରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ଆଜି କଟକ ଜିଲ୍ଲାରୁ ମୋଟ ୧୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ କଟକ ସହରରୁ ୯୮ ଜଣ ଅଛନ୍ତି। ତେବେ ଏପର୍ଯ୍ୟନ୍ତ କଟକ ସହରରୁ ୧୩ ହଜାର ୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨ ହଜାର ୭୨୩ ଜଣ ସୁସ୍ଥ ହୋଇସାରିଛନ୍ତି। କିନ୍ତୁ ୮୫୮ ଜଣ ଚିକିତ୍ସାଧୀନ ଥିବା ବେଳେ ୫୯ ଜଣଙ୍କର ମୃତ୍ୟୁ ହୋଇଛି।

ସମ୍ବନ୍ଧିତ ଖବର