ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଇକ ଆରୋହୀ ମୃତ

ବେଗୁନିଆ: ବେଗୁନିଆ ଥାନା ଅନ୍ତର୍ଗତ ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ବାମଡିହ ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ଆଜି ଅପରାହ୍ନରେ ନୟାଗଡ଼ରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଏକ ଟ୍ରକ ବିପରୀତ ଦିଗରୁ ଆସୁଥିବା ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବାବେଳେ ଘଟଣାସ୍ଥଳରେ ବେଗୁନିଆ ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

ରିପୋର୍ଟ ଲେଖାହେଲା ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳି ନଥିବାବେଳେ ଘଟଣାସ୍ଥଳରୁ ମୃତଦେହକୁ ଉଦ୍ଧାର କରି ପୁଲିସ ଜବତ କରି ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ସେପଟେ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ପୁଲିସ ଜବତ କରିଥିବାବେଳେ ଚାଳକ ଫେରାର ହୋଇଥିବା ଜଣାଯାଇଛି ।

ସମ୍ବନ୍ଧିତ ଖବର