ଖୋର୍ଦ୍ଧା: ଦୁଇଟି ଟ୍ରକ୍‌ ମୁହାଁମୁହିଁ ଧକ୍କା, ଜଣେ ଚାଳକଙ୍କ ମୃତ୍ୟୁ

ଖୋର୍ଦ୍ଧା: ଦୁଇଟି ଟ୍ରକ୍‌ ମୁହାଁମୁହିଁ ଧକ୍କା, ଜଣେ ଚାଳକଙ୍କ ମୃତ୍ୟୁ

ଖୋର୍ଦ୍ଧା: ଖୋର୍ଦ୍ଧା ୧ନମ୍ବର ଜାତୀୟ ରାଜପଥର ବ୍ରାହ୍ମଣୀଠାରେ ଗତ ଶନିବାର ଦିନ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଜଣେ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା। ମୃତକଙ୍କ ପରିଚୟ ରିପୋର୍ଟ ଲେଖାହେଲା ପର୍ଯ୍ୟନ୍ତ ମିଳି ପାରିନାହିଁ।

ସୂଚନାଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ ଗୋଟିଏ ମାଲବାହୀ ଟ୍ରକ ରାସ୍ତା ଉପରେ ଛିଡା ହୋଇଥିଲା । ଏହି ସମୟରେ ଅନ୍ୟ ଏକ ଟ୍ରକ୍‌ ଦ୍ରୁତଗତିରେ ଆସି ରାସ୍ତା ଉପରେ ଛିଡା ହୋଇଥିବା ଟ୍ରକ୍‌କୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣା ଜଣେ ଟ୍ରକ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଲା। ଦୁର୍ଘଟଣା ସମ୍ପର୍କରେ ଖବର ପାଇ ସ୍ଥାନୀୟଲୋକ ଘଟଣାସ୍ଥଳକୁ ଦୌଡ଼ି ଆସି ପୁଲିସକୁ ଖବର ଦେଇଥିଲେ। ଏହାପରେ ପୁଲିସ ମୃତକଙ୍କ ଶବକୁ ଜବତ କରିବା ସହିତ ଅନ୍ୟ ଗୁରୁତର ଟ୍ରକ୍‌ ଚାଳକଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ପରିଚୟ ମିଳି ପାରି ନାହିଁ। ତେବେ ପୁଲିସ ମୃତକଙ୍କ ପରିଚୟ ଖୋଜି ତାଙ୍କ ପରିବାର ଲୋକଙ୍କ ସହ ସମ୍ପର୍କ କରିବା ନେଇ ଅନୁସନ୍ଧାନ ଚଳାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe