ଖୋର୍ଦ୍ଧା: ଶନିବାର ଅପରାହ୍ନରେ ୧୬ନମ୍ବର ଜାତୀୟ ରାଜପଥରେ ପିତାପଲ୍ଲୀ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଏଥିରେ ଗୁରୁତର ଆହତ ହୋଇଛନ୍ତି। ୨ ଗୁରୁତରଙ୍କୁ ସ୍ଥାନୀୟ ଲୋକେ ଖୋର୍ଦ୍ଧା ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଛନ୍ତି। ଅନ୍ୟଜଣେ ଗୁରୁତର ଫସି ରହିଥିବାରୁ ପୁଲିସ ଓ ସ୍ଥାନୀୟ ଯୁବକମାନେ ଗ୍ୟାସ କଟର ସାହାଯ୍ୟରେ କାଟି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ସୂଚନାଯୋଗ୍ୟ, ଆଜି ଅପରାହ୍ନରେ ପିତାପଲ୍ଲୀ ଛକ ନିକଟ ଦେଇ ଦ୍ରୁତଗତିରେ ଯାଉଥିବା ଦୁଇଟି ଟ୍ରକ୍ର ଚାଳକ ନିୟନ୍ତ୍ରଣ ହରାଇ ଥିଲେ। ଫଳରେ ଟ୍ରକ୍ ଦୁଇଟି ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନିଜଣ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ସ୍ଥାନୀୟଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କ ସାହାଯ୍ୟରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛି।