ଦୁର୍ଘଟଣାରେ ଯୁବକ ମୃତ

Advertisment
କାଜୁ ଜଙ୍ଗଲରୁ ଯୁବକଙ୍କ ଗଳିତ ଶବ ଜବତ: ପରିବାର ଆଣିଲା ହତ୍ୟା ଅଭିଯୋଗ

Shutterstock

ଜହ୍ନାପଙ୍କ: ବୌଦ୍ଧ ଥାନା ବଲାସିଙ୍ଗା ନିକଟରେ ଏକ ବାଇକ୍‌ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସୂଚନାନୁସାରେ ବୌଦ୍ଧ ଥାନା କୌଡିଆତୋଳା ଗ୍ରାମର ସତ୍ୟବାନ ରାଉତ ବାଇକ୍‌ରେ ଗତକାଲି କୌଣସି କାର୍ଯ୍ୟରେ ବୌଦ୍ଧ ଆସିଥିଲେ। ସେ ରାତିରେ ଘରକୁ ଫେରୁଥିବା ବେଳେ ବଲାସିଙ୍ଗା ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ପିଲର୍‌ରେ ବାଇକ୍‌ ପିଟି ହୋଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଖବର ପାଇ ବୌଦ୍ଧ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଆଜି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ସ୍ଥାନୀୟ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe