ଖୋର୍ଦ୍ଧା ବ୍ଲକରେ ପ୍ରଶାସନର ମିଳିତ ଅଭିଯୋଗ ପ୍ରକୋଷ୍ଠ

Advertisment
ଖୋର୍ଦ୍ଧା ବ୍ଲକରେ ପ୍ରଶାସନର ମିଳିତ ଅଭିଯୋଗ ପ୍ରକୋଷ୍ଠ

ଖୋର୍ଦ୍ଧା: ଆଜି ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ଖୋର୍ଦ୍ଧା ପଂଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନର ମାସର ପ୍ରଥମ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ଅନୁଷ୍ଠିତ ହୋଇଯାଇଛି । ସକାଳ ୮ଟାରୁ ଆରମ୍ଭ ହୋଇଥିବା ଏହି ଶିବିରରେ ଗ୍ରୀଷ୍ମ ପ୍ରବାହ ହେତୁ ଲୋକ ସଂଖ୍ୟା କମ୍ ଥିଲା । ତଥାପି ଶିବିର ଶେଷ ହେବା ବେଳକୁ ୩୦ଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା । ଏହା ମଧ୍ୟରେ ୨୩ଟି ଭତ୍ତା, ଆର୍ଥିକ ସହାୟତା, ରାସନକାର୍ଡ ଆଦି ବ୍ୟକ୍ତିଗତ ଅଭିଯୋଗ ଥିବା ବେଳେ ୩ଟି ସାମୂହିକ ସମସ୍ୟା ଥିଲା ।

୨ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିବା ବେଳ ଜଣଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠୀରୁ ୧୦ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା । ଏହି ଶିବିରରେ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତୀ, ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଦିଗନ୍ତ ରାଉତରାୟ, ଉପଜିଲ୍ଲାପାଳ ଦୀପ୍ତିରଂଜନ ସେଠୀ, ବିଡିଓ କ୍ଷୀରାବ୍ଧୀ ତନୟା ସାହୁ ପ୍ରମୁଖଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe