ଆଶ୍ରମରେ ଯୁବତୀଙ୍କୁ ନିଶା ବଟିକା ଖୁଆଇ ଦୁଷ୍କର୍ମ ଅଭିଯୋଗ: ବାବା ଗିରଫ

ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅଞ୍ଚଳର ଜଣେ ଯୁବତୀକୁ ବୈଷ୍ଣବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲା ଆଶ୍ରମରେ ନିଶା ବଟିକା ଦେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୁଲିସ ବାବାଙ୍କୁ ଗିରଫ କରିଛି...

6aavz

ସମ୍ୱଲପୁର: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅଞ୍ଚଳର ଜଣେ ଯୁବତୀକୁ ବୈଷ୍ଣବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲା ଆଶ୍ରମରେ ନିଶା ବଟିକା ଦେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୁଲିସ ବାବାଙ୍କୁ ଗିରଫ କରିଛି।‌  

ଯୁବତୀଙ୍କ ଦେହ ବାରମ୍ବାର ଖରାପ ହେବା ସହ ଏସିଡିଟି ଥିବାରୁ ଚିକିତ୍ସା ପାଇଁ ରେଢ଼ାଖୋଲ ଥାନା ଲୁହାପଙ୍କ ପଞ୍ଚାୟତ ଅନ୍ତର୍ଗତ ବୈଷ୍ଣବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲାଙ୍କ ପାଖକୁ ଯାଇଥିଲେ। ସେଠାରେ ବାବାଙ୍କ ସହ କଥାବାର୍ତ୍ତା ହେବା ପରେ ସେ କିଛି ଔଷଧ ଯୁବତୀଙ୍କୁ ଖାଇବାକୁ ଦେଇଥିଲେ। 

ମାସେ ପରେ ପୁଣିଥରେ ଆସି ଔଷଧ ନେବାକୁ ବାବା କହିଥିଲେ।  ଯୁବତୀଙ୍କ ଘର ଦୂରରେ ଥିବାରୁ ସେ ଆସି ପାରି ନ ଥିଲେ। ପରେ ଯୁବତୀ ଜଣକ  ଔଷଧ ନେବାକୁ ବାବାଙ୍କ ଆଶ୍ରମରେ‌ ପହଞ୍ଚିଥିଲେ।

ବାବା ତାଙ୍କୁ ୪ ଟି ବଟିକା ଖାଇବାକୁ ଦେଇଥିଲେ। ବଟିକା ଖାଇବାପରେ ଯୁବତୀ ଜଣଙ୍କ ଅଚେତ ହୋଇଯାଇଥିଲେ। ଅଚେତ ଅବସ୍ଥାରେ ଯୁବତୀକୁ ବାବା ଦୁଷ୍କର୍ମ କରିଥିଲେ। ପରେ ଯୁବତୀଙ୍କ ଚେତା ଫେରିବାରୁ ତାଙ୍କୁ ଏକ ଅଟୋରେ ବସାଇ ଘରକୁ ପଠାଇ ଦେଇଥିଲେ।

ଅତ୍ୟଧିକ ରକ୍ତସ୍ରାବ ଯୋଗୁ  ଯୁବତୀ ଜଣଙ୍କ ରକ୍ତ ଜୁଡୁବୁଡୁ ହୋଇ ମୁର୍ମୁଷ ଅବସ୍ଥାରେ ମେଡିକାଲ ଛକରେ ପଡିରହିଥିଲେ। ଖବରପାଇ ମେଡିକାଲ କର୍ମଚାରୀ ତାଙ୍କୁ ଉଦ୍ଧାର କରି ଚିକିତ୍ସା କରିଥିଲେ  ।

ଅଧିକ ପଢ଼ନ୍ତୁ: ରାଜ୍ୟରେ ତାପମାତ୍ରା କମିବ: ୯ରୁ ବଢିବ ଶୀତ

ଯୁବତୀଙ୍କ ପରିବାର ଲୋକେ ରେଢ଼ାଖୋଲ ଥାନାରେ ବାବାଙ୍କ ବିରୋଧରେ ଅଭିଯୋଗ  କରିଥିଲେ। ଅଭିଯୋଗ ଆଧାରରେ ପୁଲିସ ବାବା ପ୍ରଫୁଲ୍ଲ ମହଲାଙ୍କୁ ଆଶ୍ରମରୁ ଗିରଫ କରି ତଦନ୍ତ ଆରମ୍ଭ କରିଛି।

ଅଧିକ ପଢ଼ନ୍ତୁ: ଆଇପିଏସ୍‌ ଆଶିଷ ସିଂହ କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe