ଜୟପୁର ସରକାରୀ ଉଚ୍ଚ ବିଦ୍ୟାଳୟର ୧୧୪ତମ ବାର୍ଷିକ କ୍ରୀଡ଼ା ଉତ୍ସବ 

ଜୟପୁର: ସରକାରୀ ଉଚ୍ଚ ବିଦ୍ୟାଳୟ ଜୟପୁରର ୧୧୪ତମ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଘାଟିତ ହୋଇଯାଇଛି। ଏହାକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ୟାମ ମେହେର। ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପୁରୁଣାଗଡ଼ସ୍ଥିତ ହନୁମାନ ମନ୍ଦିରରୁ ମଶାଲ ଆଣି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇ ଥିଲା ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଦ୍ୟାଳୟର ଶିକ୍ଷକ ପ୍ରକାଶ ଚନ୍ଦ୍ର ପଟ୍ଟନାୟକ ସ୍ୱାଗତ ଭାଷଣ ଦେଇଥିବା ବେଳେ ଶିକ୍ଷକ ଯଜ୍ଞେଶ୍ବର ପଣ୍ଡା ସମସ୍ତ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।ଶିକ୍ଷକ ବିଶ୍ୱରଞ୍ଜନ ଗୌଡ଼ ଧନ୍ୟବାଦ ଅର୍ପଣ କରିଥିଲେ।

ପ୍ରକାଶ ଥାଉକି ଏହି କ୍ରୀଡା ପ୍ରତିଯୋଗିତା ଶାରୀରିକ ଶିକ୍ଷା ଶିକ୍ଷକ ନରେଶ କୁମାର ଷଡ଼ଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଦୁଇ ଦିନ ଧରି ଅନୁଷ୍ଠିତ ହେବ। ଆସନ୍ତା ୧୩ତାରିଖ  ଶନିବାର ଦିନ ଅନୁଷ୍ଠିତ ହେବାକୁ ଥିବା ବାର୍ଷିକ ଉତ୍ସବରେ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯିବ ବୋଲି ପ୍ରଧାନ ଶିକ୍ଷକ ଘୋଷଣା କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

 

ସମ୍ବନ୍ଧିତ ଖବର