କିଶୋରନଗର: ଅଜଣା ଗାଡ଼ି ଧକ୍କାରେ ବାଇକ୍ ଆରୋହୀ ମୃତ

Advertisment
କିଶୋରନଗର: ଅଜଣା ଗାଡ଼ି ଧକ୍କାରେ ବାଇକ୍ ଆରୋହୀ ମୃତ

କିଶୋରନଗର: ଅନୁଗୁଳ ଜିଲ୍ଲାର କିଶୋରନଗର ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ସୁଷବ ପୋଲ ନିକଟରେ ଶନିବାର ସକାଳେ ଏକ ଅଜଣା ଗାଡି ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ବାମୁର ପଞ୍ଚାୟତର ଫାସିପାଳ ଗ୍ରାମର ଶେଷଦେବ ମାଝୀ(୩୬)।

ପୁଲିସ୍‌ ସୁତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଶେଷଦେବ ଆଜି ସକାଳେ ନିଜ ବାଇକ୍ ଯୋଗେ ନାକଚି ଅଭିମୁଖେ ଯାଉଥିବା ବେଳେ ଏକ ଅଜଣା ଗାଡି ଧକ୍କାର ଶିକାର ହୋଇଥିଲେ। ଫଳରେ ସେ ଗୁରୁତର ଅବସ୍ଥାରେ କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର ହୋଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ୍‌ ମୃତଦେହକୁ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଏଥିସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ହଣ୍ଡପା ଡାକ୍ତରଖାନାକୁ ପଠାଇ ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe