ଚନ୍ଦାହାଣ୍ଡି: ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଥାନା ଅଧିନସ୍ଥ ଧଅରାକୋଟ ଗ୍ରାମରେ ପୁରୁଣା ଶତ୍ରୁତାକୁ ନେଇ ଜଣେ ଯୁବକକୁ ମରଣାନ୍ତକ ଆକ୍ରମଣ କରିଥିବା ଦେଖିବାକୁ ମିଳିଛି। ସୂଚନାରୁ ପ୍ରକାଶ ଧଅରାକୋଟ ଗ୍ରାମର ବିଶ୍ବନାଥ ଚଣ୍ଡୀଙ୍କୁ ସେହି ଗ୍ରାମର ତିନି ଜଣ ବ୍ୟକ୍ତି ପୁସ୍ତମ ଚଣ୍ଡୀ, ଧନୀରାମ ଚଣ୍ଡୀ ଏବଂ ନୀରାକାର ଚଣ୍ଡୀ ଗତକାଲି ବିଳମ୍ବିତ ରାତିରେ ଏକ ଠେଙ୍ଗା ସାହାଯ୍ୟରେ ଆକ୍ରମଣ କରିବାରୁ ତାଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗିବା ସହ ଲହୁଲୁହାଣ ହୋଇଯାଇଥିଲେ।
ପରିବାର ବର୍ଗ ତାଙ୍କୁ ଉଦ୍ଧାର କରି ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିବା ସହ ଚନ୍ଦାହାଣ୍ଡି ଥାନାରେ ଲିଖିତ ଏତଲା ଦେଇଥିଲେ। ଏତଲା କୁ ଭିତ୍ତି କରି ଚନ୍ଦାହାଣ୍ଡି ଥାନା କେସ ନମ୍ବର ୫୮/୨୧ ପ୍ରକାରେ ତିନି ଜଣ ଅଭିଯୁକ୍ତଙ୍କ ନାମରେ ଏକ ମାମଲା ରୁଜୁ କରି ଏଏସଆଇ ଅମର ମିଶ୍ରଙ୍କୁ ତଦନ୍ତ ଭାର ଦେଇଥିବା ବେଳେ ଘଟଣାର ତଦନ୍ତ ଜାରି ରହିଥିବା ଆଇଆଇସି ପରମାନନ୍ଦ ସୁନାନୀ ପ୍ରକାଶ କରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/03/attack.jpg)