ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ୧୦ ବର୍ଷ ଜେଲ୍ ଦଣ୍ଡାଦେଶ

Advertisment
ସ୍କୁଲ ଛାତ୍ରୀଙ୍କୁ ଦୁଷ୍କର୍ମ !

Daily Times

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଧନୁପାଲି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ମାମଲାରେ ଅଭିଯୁକ୍ତକୁ ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଦିଆଯାଇଛି। ୨୦୧୭ ମସିହା ଅକ୍ଟୋବର ୧୪ ତାରିଖ ଦିନ ରାମପ୍ରସାଦ ଲୁହା ନାମକ ବ୍ୟକ୍ତି ନାବାଳିକାଙ୍କୁ ନିଜ ଘକୁ ନେଇଯାଇଥିଲା। ଘର ଭିତରେ ନାବାଳିକାଙ୍କୁ ଅସଦାଚରଣ କରିବା ସହ ଦୁଷ୍କର୍ମ ଉଦ୍ୟମ କରିଥିଲା। ନାବାଳିକା ତାଙ୍କ ଘରକୁ ଆସି ତାଙ୍କ ମା’ଙ୍କୁ ଘଟଣା ବିଷୟରେ ଜଣାଇଥିଲେ। ନାବାଳିକାଙ୍କ ବାପା ଏ ନେଇ ଧନୁପାଲି ଥାନାରେ ଲିଖିତ ଭାବେ ଅଭିଯୋଗ କରିଥିଲେ। ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ କରିଥିଲା।

ପୋକ୍‌ସୋ ଫାଷ୍ଟଟ୍ରାକ୍‌ ସ୍ବତନ୍ତ୍ର କୋର୍ଟ ପିକେ ଦାସ ମଙ୍ଗଳବାର ଏହି ମାମଲାର ଶୁଣାଣି କରିବା ସହ ୧୦ ଜଣ ସାକ୍ଷୀଙ୍କ ବୟାନ ଆଧାରରେ ଅଭିଯୁକ୍ତ ରାମପ୍ରସାଦକୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ସଶ୍ରମ ଜେଲ୍‌ ଦଣ୍ଡାଦେଶ ଦେଇଥିଲେ। ତା ସହିତ ୧୦ ହଜାର ଟଙ୍କା ଜରିମାନା ଓ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦେବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ସରକାରୀ ଓକିଲ ବସନ୍ତ ମିଶ୍ର ମାମଲା ପରିଚାଳନା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe