ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Advertisment
ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Sambad

ମାଲକାନଗିରି: ଜିଲ୍ଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ବିଭାଗ  ମିଳିତ ଆନୁକୂଲ୍ୟରେ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ସମ୍ମିଳନୀକକ୍ଷ ଠାରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ବିଶାଲ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଚେତନତା କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ଟାଙ୍ଗଲୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନିଜ ବକ୍ତବ୍ୟରେ କହିଛନ୍ତି ଯେ ମିଶନଶକ୍ତିର ମାଆମାନେ ଆଗାମୀଦିନରେ ତୃଣମୂଳସ୍ତରରେ ଦୁର୍ନୀତି ନିବାରଣ ସଚେତନତା ସୃଷ୍ଟି କରିବାରେ ପ୍ରମୁଖ ଭୂମକି ଗ୍ରହଣ କରିବେ। ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ସିଂହ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ ଦୁର୍ନୀତି ପରିପ୍ରେକ୍ଷୀରେ ଶୂନ୍ୟ ସହନଶୀଳତା ନୀତି ଆପଣେଇବାକୁ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ୫-ଟି ସୂତ୍ରୀର ସମୟ, ପ୍ରଯୁକ୍ତି ଏବଂ ସ୍ୱଚ୍ଚତାକୁ ଆଧାର କରି ସମସ୍ତ ସରକାରୀ କାର୍ଯ୍ୟ ସମ୍ପାଦନ କରିବା ପାଇଁ ଶ୍ରୀ ସିଂହ ଏଠାରେ ଗୁରୁତ୍ୱାରୋପ କରିଛନ୍ତି ଓ ଜନଶୁଣାଣି ପୋର୍ଟାଲ ଏବଂ ହେଲ୍ପଲାଇନ ନମ୍ୱରର ସହାୟତା ନେଇ ଜିଲ୍ଲା ପ୍ରଶାସନକୁ ଅବଗତ କରିବା ପାଇଁ ସେ ଜନସାଧାରଣଙ୍କୁ ଆହ୍ୱାନ କରିଛନ୍ତି ଓମାଲକାନଗିରି ଦୁର୍ନୀତି ନିବାରଣ ବିଭାଗର ଡି.ଏସ.ପି ସୁଶାନ୍ତ ବିଶ୍ୱାଳ ସ୍ୱାଗତ ଭାଷଣ ପ୍ରଦାନ କରି ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀଙ୍କୁ ଶପଥ ପାଠ କରାଇଥିଲେ।

publive-image Sambad

ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଦୁର୍ନୀତି ନିବାରଣ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ସ୍ତରରେ ପ୍ରବନ୍ଧ, ବକ୍ତୃତା ଓ କାର୍ଟୁନ ପ୍ରତିଯୋଗିତା କରାଯାଇଥିଲା ଓ ଏଥିରେ ସଫଳତା ପାଇଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଜିଲ୍ଲା ମିଶନ ଶକ୍ତି ବିଭାଗ ପକ୍ଷରୁ ଏକ ସଚେତନତା ଶୋଭାଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆୟୋଜନ କରାଯାଇଥିଲା। ଏହି ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ମାଲକାନଗିରି ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ଚନ୍ଦ୍ର ନାଇକ, ସିଡିଓ ତଥା ଇଓ, ଜିଲ୍ଲା ପରିଷଦ, ରତ୍ନାକର ସାହୁ, ଉପଜିଲ୍ଲାପଳ, ଅକ୍ଷୟ ଖେମୁଡୁ ଏବଂ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବଳଭଦ୍ର ଦୀପ ପ୍ରମୁଖ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ ସଂଯୋଜନା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe