Representative image
ବଲାଙ୍ଗୀର: ଆସନ୍ତା ୮ ତାରିଖରୁ ୧୧ ତାରିଖ ଯାଏଁ ବଲାଙ୍ଗୀର ଜିଲ୍ଲା ସଟ୍ଡାଉନ ରହିବ। ବଲାଙ୍ଗୀର ଜିଲ୍ଳାପାଳ ଅରିନ୍ଦମ ଡାକୁଆ ଏହି ଘୋଷଣା କରିଛନ୍ତି। ଜିଲ୍ଲାରେ କରୋନା ପଜିଟିଭଙ୍କ ସଂଖ୍ୟା ବଢୁଥିବାରୁ ଜିଲ୍ଲା ପ୍ରଶାସନ ତରଫରୁ ଏହି ନିଷ୍ପତ୍ତି ନିଆଯାଇଥିବା ସେ ସୂଚନା ଦେଇଛନ୍ତି।
ଜିଲ୍ଲାପାଳ ଶ୍ରୀ ଡାକୁଆ କହିଛନ୍ତି ଯେ, ସଟଡାଉନ ସମୟରେ ଜିଲ୍ଲା ଭିତରେ ସମସ୍ତ ଯାନବାହାନ ଚଳାଚଳ ବନ୍ଦ ରହିବ। ଦୋକାନ, ବଜାର, ସରକାରୀ ଓ ଘରୋଇ କାର୍ଯ୍ୟାଳୟ ବନ୍ଦ ରହିବ।
ସଟ୍ଡାଉନ ସମୟରେ ସମସ୍ତ ଅତ୍ୟାବଶ୍ୟକୀୟ ସେବା ଜାରି ରହିବା ନେଇ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ଜରୁରୀକାଳୀନ ସେବା ଯୋଗାଉଥିବା ସଂସ୍ଥା ତଥା ପ୍ରତିରକ୍ଷା ପ୍ରତିଷ୍ଠାନ, ପୋଷ୍ଟ ଅଫିସ ଖୋଲା ରହିବ। ଟେଲିକମ କ୍ଷେତ୍ରରେ କାମ କରୁଥିବା କର୍ମଚାରୀ ଚଳପ୍ରଚଳ କରିପାରିବେ। ଅନୁମତି ପ୍ରାପ୍ତ ଗଣମାଧ୍ୟମ ପ୍ରତିନିଧିମାନେ ଯାତାୟାତ କରିପାରିବେ। ପାନୀୟଜଳ, ପରିମଳ ବିଭାଗର କର୍ମଚାରୀମାନେ ଯାତାୟାତ କରିପାରିବେ। ଶକ୍ତି ବିଭାଗରେ କାର୍ଯ୍ୟରତ କର୍ମଚାରୀ ଯାତାୟାତ କରିପାରିବେ। ମାଲବାହୀ ସାମଗ୍ରୀର ଗାଡି ଯାତାୟାତ କରିପାରିବ। ପେଟ୍ରୋଲ ପମ୍ପ ଓ ଗ୍ୟାସ ବିତରଣ କେନ୍ଦ୍ର ଖୋଲା ରହିବ। ଅନଲାଇନ ସେବା ଯୋଗାଉଥିବା କ୍ଷେତ୍ର ଖୋଲା ରହିବ।
Follow Us