କଂଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ଦନ୍ଦରା ନିକଟ ସାହାଜପାନି ଗାଁରେ କିସମତ ଛୁରା ନାମକ ଜଣେ ବିବାହିତ ଯୁବକ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କରିଛନ୍ତି। ଘରୋଇ କଳହ ଯୋଗୁଁ ସେ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। କିସମତ ମଙ୍ଗଳବାର ଘରେ ଝଗଡ଼ା ହୋଇ ରାଗରେ ନିଜ ଦେହରେ କିରୋସିନ ଢାଳି ହୋଇ ନିଆଁ ଲଗାଇ ଦେଇଥିଲେ। ଫଳରେ ତାଙ୍କ ଶରୀରର ୯୦ ପ୍ରତିଶତ ପୋଡ଼ି ଯାଇଥିଲା। ପରିବାର ଲୋକେ ତାଙ୍କୁ ତୁରନ୍ତ ୧୦୮ ଅମ୍ବୁଲାନ୍ସ ଯୋଗେ କଂଟାବାଞ୍ଜି ଡାକ୍ତରଖାନାକୁ ଆଣିଥିଲେ। ଏଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଂକଟାପନ୍ନ ଥିବାରୁ ଡାକ୍ତରଙ୍କ ପରାମର୍ଶକ୍ରମେ ତାଙ୍କୁ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ବୁଧବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି।
ଦେହରେ ନିଆଁ ଲଗାଇ ଯୁବକଙ୍କ ଆତ୍ମହତ୍ୟା
/sambad/media/post_attachments/wp-content/uploads/2018/03/blgr8.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)