ବସ୍ତା: ବାଲେଶ୍ଵର ଜିଲ୍ଲା ୬୦ ନଂ ଜାତୀୟ ରାଜପଥର ଗାନ୍ଧିଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏହି ଦୁର୍ଘଟଣାରେ ଜଣେ ମୃତ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ଆଜି ସକାଳୁ କଲିକତାରୁ ଭୁବନେଶ୍ବର ଅଭିମୁଖେ ଯାଉଥିବା ଏକ କାର୍ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ସେଫ୍ଟି ବାଡ଼କୁ ଧକ୍କା ଦେଇଥିଲା। ଗାଡିର ଗତି ତୀବ୍ର ଥିବାରୁ ସେଫ୍ଟି ବାଡ଼ଟି ଭାଙ୍ଗି କାର ଭିତରେ ପଶିଯାଇଥିଲା। ଫଳରେ ଘଟଣାସ୍ଥଳରେ ଜଣକର ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି। ଗୁରୁତରମାନଙ୍କୁ ବାଲେଶ୍ଵର ମେଡିକାଲ ସ୍ଥାନାନ୍ତର କରାଯାଇଛି। କାରରେ ସମୁଦାୟ ଛଅ ଜଣ ବ୍ୟକ୍ତି ଥିଲେ। ଖବର ପାଇ ବସ୍ତା ପୁଲିସ ଏବଂ ରାଜପଥ କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।
ବାଲେଶ୍ଵର: ଗାନ୍ଧିଛକଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଜଣେ ମୃତ, ୩ ଗୁରୁତର
/sambad/media/post_attachments/wp-content/uploads/2022/06/Accident_Thumbnail.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)