Advertisment

ବାଲେଶ୍ୱର ମିଶନ ଶକ୍ତି କାଫେରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ପାଉଁଶ

Advertisment
ନୂଆପଲ୍ଲୀ: ବିଜେଡି କାର୍ଯ୍ୟାଳୟ ସାମ୍ନାରେ ରାତିଅଧିଆ ବୋମାମାଡ଼

Image Courtesy of Times of India

ବାଲେଶ୍ୱର: ବାଲେଶ୍ୱର ମିଶନ ଶକ୍ତି କାଫେରେ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି। ଜିଲ୍ଲାପାଳଙ୍କ ଅଫିସ କାର୍ଯ୍ୟାଳୟରେ ଥିବା ମିଶନ ଶକ୍ତି କାଫେର ରୋଷେଇ ଘରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ରୋଷେଇ ଘରୁ ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ରାତି ପ୍ରାୟ ୧୧ଟା ବେଳେ ପାଟ୍ରୋଲିଂ ପୁଲିସ ଧୂଆଁ ବାହାରୁଥିବା ଦେଖି ଅଗ୍ନିଶମ ବିଭାଗକୁ ଜଣାଇବା ପରେ ୨ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚିି ନିଆଁକୁ ଆୟତ୍ତ କରିଥିଲେ।

ସର୍ଟ ସକ୍ରିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ରୋଷେଇ ଘରେ ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ନଷ୍ଟ ହୋଇଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe