ଖୁଣ୍ଟା : ବିଲ୍ ପାସ୍ କରିଦେବା ପାଇଁ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଆଜି ଭିଜିଲାନ୍ସ ଜାଲରେ ପଡ଼ି ଗିରଫ ହୋଇଛନ୍ତି। ଗିରଫ ପିଇଓ ଜଣକ ହେଲେ ମୟୂରଭଞ୍ଜ ଜିଲ୍ଲା ଗୋପବନ୍ଧୁନଗର ବ୍ଲକ୍ ଭଣ୍ଡଗାଁ ପଞ୍ଚାୟତ ଦାୟିତ୍ୱରେ ଥିବା ରମେଶ ଚନ୍ଦ୍ର ବେହେରା। ଭଣ୍ଡଗାଁ ପଞ୍ଚାୟତରେ ୬ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏକ ରାସ୍ତା ବାବଦ ବିଲ୍ କରାଇବା ପାଇଁ ପିଇଓ ଶ୍ରୀ ବେହେରା ଗ୍ରାମ ସଂଯୋଜକ ସୁଦର୍ଶନ ନାୟକଙ୍କଠାରୁ ୪ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ।
ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ
/sambad/media/post_attachments/wp-content/uploads/2018/05/vigi.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)