ବରଗଡ଼: ବରଗଡ଼ ଜିଲ୍ଲା ପାଇକମାଳ ବ୍ଲକ୍ ଅନ୍ତର୍ଗତ ଭେଙ୍ଗରାଜପୁର ପଞ୍ଚାୟତ ରସମୁଣ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗ୍ରାମର ଜଣେ ବୃଦ୍ଧ ହାତୀ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।
ସୂଚନା ଅନୁଯାୟୀ, ରାମଚନ୍ଦ୍ର ନାଏକ (୭୬) ମଙ୍ଗଳବାର ଭୋର ୪ ଟାରେ ପରିସ୍ରା କରିବା ପାଇଁ ଘରୁ ବାହାରିଥିଲେ। ସେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଏହାଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ଵନ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଦ୍ମପୁର ଉପଖଣ୍ତ ଚିକିତ୍ସାଳୟକୁ ନେଇଛନ୍ତି। ଏହି ଘଟଣା ଯୋଗୁ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହାଛଡ଼ା ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି।
ହାତୀ ଆକ୍ରମଣରେ ବୃଦ୍ଧ ମୃତ
/sambad/media/post_attachments/wp-content/uploads/2022/09/10-23.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)