ସୋରୋ ଗ୍ରାମ୍ୟ ଊନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

Advertisment
ସୋରୋ ଗ୍ରାମ୍ୟ ଊନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାରିପଦା: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ମଙ୍ଗଳବାର ସୋରୋ ଗ୍ରାମ୍ୟ ଊନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି।

ସୋରୋ ଗ୍ରାମ୍ୟ ଊନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ବେହେରାଙ୍କ ବିରୋଧରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହେବା ପରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଆଜି ତାଙ୍କ ବାରିପଦା ଶୂନଗଡିଆସ୍ଥିତ ବାସବଭନ ସହ ପୈତୃକ ବାସଭବନ, ସୋରୋ କାର୍ଯ୍ୟାଳୟ, କଟକସ୍ଥିତ ସମ୍ପର୍କୀୟଙ୍କ ଘରେ ଚଢାଉ ହୋଇଛି। ବାରିପଦା, ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦୁଝର ଭିଜିଲାନ୍‌ସ ଟିମ୍‌ ଏକ ସାଙ୍ଗରେ ଏହି ଚଢାଉ ଜାରି ରଖିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe