ବୈତରଣୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା: ଟ୍ୱିଟ କରି ସୂଚନା ଦେଲେ ସ୍ୱତନ୍ତ୍ର ରିଲିଫ କମିସନର

ଭଦ୍ରକ: ବୈତରଣୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ ଜେନା। ବାତ୍ୟା ୟାସ ପ୍ରଭାବରେ ପ୍ରବଳ ବର୍ଷା ହୋଇଛି । ବୈତରଣୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଫଳରେ ଏହି ବନ୍ୟା ଆଶଙ୍କା ଦେଖାଦେଇଛି । ବର୍ତ୍ତମାନ ବୈତରଣୀ ନଦୀ ଆଖୁଆପଦାଠାରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଥିବା ବେଳେ ଆନନ୍ଦପୁରରେ ଜଳସ୍ତର ୩୯ ମିଟର ରହିଛି ।

ତେବେ ଜିଲ୍ଲା ପ୍ରଶାସନ ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ଥିବା ସେ କହିଛନ୍ତି । ଆବଶ୍ୟକସ୍ଥଳେ ଲୋକଙ୍କୁ ସ୍ଥାନାନ୍ତର କରାଯାଉଥିବ ଟ୍ୱିଟ କରି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିସନର ।  ଯଦି ଉପରମୁଣ୍ଡରୁ ଅଧିକ ଜଳ ପ୍ରବାହିତ ହୁଏ ତେବେ ଭଦ୍ରକ ଜିଲ୍ଲାର ଚାରିଟି ବ୍ଲକରେ ବନ୍ୟାର ଆଶଙ୍କା ଦେଖା ଦେଇଛି। ଏହି ବ୍ଲକଗୁଡ଼ିକ ହେଲା  ଭଣ୍ଡାରୀପୋଖରୀ, ଚାନ୍ଦବାଲି, ଧାମନଗର ଓ ତିହିଡ଼ି। ଏହି ବ୍ଲକଗୁଡ଼ିକର ୧୪ଟି ପଞ୍ଚାୟତ ଏହାଦ୍ବାରା କ୍ଷତିଗ୍ରସ୍ତ ହେବାର ଆଶଙ୍କା ଦେଖା ଦେଇଛି। ଖାଲି ସେତିକି ନୁହେଁ ଜିଲ୍ଲାର କେତେକ ଅଞ୍ଚଳ ଏବେ ବି ପାଣି ଘେରରେ ରହିଛି।

ସମ୍ବନ୍ଧିତ ଖବର