ବାହାନଗା ରେଳ ଦୁର୍ଘଟଣାରେ ୭୯ ଆହତ ଭଦ୍ରକ ଡାକ୍ତରଖାନାରେ  ଭର୍ତ୍ତି

ଭଦ୍ରକ: ବାହାନଗା ରେଳ ଷ୍ଟେସନ୍‌ ପଣପଣାଠାରେ ଘଟିଥିବା ଭୟାନକ ଦୁର୍ଘଟଣାରେ ଆହତ ହୋଇଥିବା ୭୯ଜଣ ବ୍ୟକ୍ତି ଭଦ୍ରକ ହସ୍ପିଟାଲରେ  ଭର୍ତ୍ତି ହୋଇଛନ୍ତି।  ଏଠାରେ ୨ଜଣଙ୍କ ମୃତ୍ୟୁ ଘଟିଛି।  ୧୪ଜଣ ଆହତଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ୪୮ ଜଣ ଡାକ୍ତର ଚିକିତ୍ସାରେ ଲାଗିଛନ୍ତି।

ସୂଚନାଯୋଗ୍ୟ,ବାଲେଶ୍ବରଠାରୁ ୨୨ କିମି ଦୂର ବାହାନଗା ରେଳ ଷ୍ଟେସନ୍‌ ପଣପଣାଠାରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ବେଳେ ଘଟିଛି ଭୟଙ୍କର ଟ୍ରେନ୍ ଦୁର୍ଘଟଣା। ହାୱଡା ଯାଉଥିବା ଯଶୋବନ୍ତପୁର ସୁପରଫାଷ୍ଟ ଟ୍ରେନର ଦୁଇଟି ବଗି ଲାଇନ୍‌ଚ୍ୟୁତ ହେବାର କିଛି ସମୟ ମଧ୍ୟରେ ହାୱଡ଼‌ାରୁ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ ତା’ ଉପରେ ଚଢ଼ିଯିବାରୁ ୧୭ଟି ବଗି ଓଲଟି ପଡ଼ିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୨୩୩ ଜଣ ଯ‌ାତ୍ରୀ ପ୍ରାଣ ହରାଇଥିବା ବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ଟ୍ରେନ ବଗିରେ ଏବେ ବି ଅନେକ ସଂଖ୍ୟାରେ ଯାତ୍ରୀ ଚାପି ‌ହୋଇ ରହିଛନ୍ତି ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତ୍ୟୁସଂଖ୍ୟା ୨୮୦ ଟପିବାର ଆଶଙ୍କା କରାଯାଉଛି। ସ୍ଥାନୀୟ ଲୋକେ ଦେବଦୂତ ସାଜି ଅନେକ ଲୋକଙ୍କୁ ଉଦ୍ଧାର କରିଥିବା ବେଳେ ଜିଲ୍ଲା ପ୍ରଶାସନ ଓ ରେଳ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟକୁ ତ୍ବରାନ୍ବିତ କରାଯାଇଛି। ଦୁଇଟି ଏକ୍ସପ୍ରେସ ଟ୍ରେନ ସହିତ ଏକ ମାଲଗାଡ଼ି ମଧ୍ୟ ଏହି ଦୁର୍ଘଟଣାରେ ସଂପୃକ୍ତ ରହିଛି। ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ରେଳ ମନ୍ତ୍ରୀଙ୍କ ପକ୍ଷରୁ ମୃତକଙ୍କ ପରିବାରକୁ ୧୦ ଲକ୍ଷ, ଗୁରୁତର ଆହତଙ୍କୁ ୨ ଲକ୍ଷ ଓ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରାଯାଇଛି।ପ୍ରାଣ ହରାଇଥିବା ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଘଟଣାସ୍ଥଳରେ ମୃତକଙ୍କ ପରିବାର ପହଞ୍ଚୁଥିବାର ପରିଲକ୍ଷିତ ହେଉଛି। ଯେଉଁମାନେ ମୃତକଙ୍କୁ ଚିହ୍ନଟ କରୁଛନ୍ତି, ସେମାନଙ୍କୁ ମୃତଦେହ ହସ୍ତାନ୍ତର କରାଯାଉଛି। ହେଲେ ଏବେ ସେଠାରେ ମୃତଦେହ ଚିହ୍ନଟ କରିବା ସହଜସାଧ୍ୟ ହେଉ ନଥିବା ହେତୁ ଏହି ପ୍ରକ୍ରିୟା ବିଳମ୍ବିତ ହେବ ବୋଲି କୁହାଯାଉଛି।

ବାଲେଶ୍ବର: ବାହାନଗାଠାରେ କରମଣ୍ଡଳ, ମାଲବାହୀ ଟ୍ରେନ ଓ ବେଙ୍ଗାଲୁରୁ ହାୱାଡା ଦୂରନ୍ତ ଏକ୍ସପ୍ରେସ ମଧ୍ୟରେ ଭୟାବହ ଦୁର୍ଘଟଣା

ସୂଚନାଯୋଗ୍ୟ, ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ବେଳେ ଘଟିଛି ଭୟଙ୍କର ଟ୍ରେନ୍ ଦୁର୍ଘଟଣା। ହାୱଡା ଯାଉଥିବା ଯଶୋବନ୍ତପୁର ସୁପରଫାଷ୍ଟ ଟ୍ରେନର ଦୁଇଟି ବଗି ଲାଇନ୍‌ଚ୍ୟୁତ ହେବାର କିଛି ସମୟ ମଧ୍ୟରେ ହାୱଡ଼ାେରୁ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ ତା’ ଉପରେ ଚଢ଼ିଯିବାରୁ ୧୭ଟି ବଗି ଓଲଟି ପଡ଼ିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୨୩୩ ଜଣ ଯାୁତ୍ରୀ ପ୍ରାଣ ହରାଇଥିବା ବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ଟ୍ରେନ ବଗିରେ ଏବେ ବି ଅନେକ ସଂଖ୍ୟାରେ ଯାତ୍ରୀ ଚାପି ‌ହୋଇ ରହିଛନ୍ତି ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତ୍ୟୁସଂଖ୍ୟା ୨୫୦ ଟପିବାର ଆଶଙ୍କା କରାଯାଉଛି। ସ୍ଥାନୀୟ ଲୋକେ ଦେବଦୂତ ସାଜି ଅନେକ ଲୋକଙ୍କୁ ଉଦ୍ଧାର କରିଥିବା ବେଳେ ଜିଲ୍ଲା ପ୍ରଶାସନ ଓ ରେଳ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟକୁ ତ୍ବରାନ୍ବିତ କରାଯାଇଛି। ଦୁଇଟି ଏକ୍ସପ୍ରେସ ଟ୍ରେନ ସହିତ ଏକ ମାଲଗାଡ଼ି ମଧ୍ୟ ଏହି ଦୁର୍ଘଟଣାରେ ସଂପୃକ୍ତ ରହିଛି। ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ରେଳ ମନ୍ତ୍ରୀଙ୍କ ପକ୍ଷରୁ ମୃତକଙ୍କ ପରିବାରକୁ ୧୦ ଲକ୍ଷ, ଗୁରୁତର ଆହତଙ୍କୁ ୨ ଲକ୍ଷ ଓ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରାଯାଇଛି।

ସମ୍ବନ୍ଧିତ ଖବର