ଟ୍ରକକୁ ପଛପଟୁ ପିଟିଲା ଯାତ୍ରୀବାହୀ ଅଟୋ: ଜଣେ ମୃତ, ୬ ଗୁରୁତର

ଟ୍ରକକୁ ପଛପଟୁ ପିଟିଲା ଯାତ୍ରୀବାହୀ ଅଟୋ: ଜଣେ ମୃତ, ୬ ଗୁରୁତର

ଭଦ୍ରକ: ଟ୍ରକକୁ ପଛପଟୁ ପିଟିଲା ଯାତ୍ରୀବାହୀ ଅଟୋ। ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ରିଲାୟନ୍ସ ପେଟ୍ରୋଲ ପମ୍ପ ନିକଟରେ ଘଟିଛି ଏହି ଦୁର୍ଘଟଣା।

ଖବର ଅନୁଯାୟୀ, ଟ୍ରକଟି ରାସ୍ତାକଡ଼ରେ ଛିଡ଼ା ହୋଇଥିବା ବେଳେ ଯାଜପୁରରୁ ଅଟୋଟି କିଛି ଯାତ୍ରୀଙ୍କୁ ନେଇ ଆସୁଥିବା ସମୟରେ ଭାରସାମ୍ୟ ହରାଇ ଟ୍ରକର ପଛପଟେ ବାଡ଼େଇଥିଲା। ଘଟଣାସ୍ଥଳରେ ସ୍ଥାନୀୟ ଲୋକ ଆହତ ଅବସ୍ଥାରେ ଅଟୋ ମଧ୍ୟରୁ ଲୋକମାନଙ୍କୁ ବାହାର କରିଥିଲେ। ପରେ ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ମେଡିକାଲରେ ଜଣଙ୍କୁ ମୃତ ଘୋଷଣା କରାଯାଇଥିବା ବେଳେ ଅନ୍ୟ ୬ ଜଣଙ୍କର ଚିକିତ୍ସା ଜାରି ରହିଛି। ତେବେ ପ୍ରାଥମିକ ଚିକିତ୍ସା ପରେ ଆବଶ୍ୟକ ହେଲେ ଗୁରୁତରଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯିବ ବୋଲି ସୂଚନା ମିଳିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe