ଭଦ୍ରକ: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ଗେଲପୁର ଛକଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକକୁ ପଛପଟୁ ପିଟିଲା ଇଣ୍ଡିଗୋ କାର୍। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଥିଲେ। ଦୁଇ ଗୁରୁତର କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ଦୁଇ ଜଣଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସମସ୍ତଙ୍କ ଘର ଭଦ୍ରକ ପୁରୁଣାବଜ଼ାର ବୋଲି ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଭଦ୍ରକ ପୁରୁଣାବଜାରରୁ ଇଣ୍ଡିଗୋ କାର ଯୋଗେ ୫ଜଣ ଲୋକେ ଗତ ରାତିରେ ଧାମନଗର ଦୋବଲ୍ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/08/accident-1.jpg)