ଭୁବନେଶ୍ବର: ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜି ହବିବି ବିଜେଡିରେ ଯୋଗ ଦେଇଛନ୍ତି। ସେ ତାଙ୍କର ସମର୍ଥକମାନଙ୍କ ସହ ଦଳରେ ସାମିଲ ହୋଇଛନ୍ତି। ଏଥିଲାଗି ଶଙ୍ଖ ଭବନରେ ବିଜେଡି ପକ୍ଷରୁ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା। ଏଥିରେ ଭଦ୍ରକ ଜିଲ୍ଲା ପର୍ଯ୍ୟବେକ୍ଷକ ସଞ୍ଜୟ ଦାସବର୍ମା, ସଂଯୋଜକ ଦେବାଶିଷ ସାମନ୍ତରାୟ, ବିଧାୟକ ପ୍ରଫୁଲ୍ଲ ସାମଲ, ସଂଜୀବ ମଲ୍ଲିକ, ସାଂସଦ ମଞ୍ଜୁଲତା ମଣ୍ଡଳ ଓ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।
ବିଜେଡିରେ ସାମିଲ ହେବା ପରେ ଭଦ୍ରକ ପୌରାଧ୍ୟକ୍ଷା କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଦଳରେ ସାମିଲ ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/04/Bhadrak-NAC-Chairman-Joins-BJD_Thumbnail.jpg)