ଭଦ୍ରକ:୨ କିଲୋଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ

ଭଦ୍ରକ: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଆମ୍ବରୋଳି ଗ୍ରାମରେ ଚଢ଼ାଉ କରି ପୁଲିସ୍‌ ୨ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି। ଏହି ଗଞ୍ଜେଇର ଦାମ ୨୦ ହଜାର ଟଙ୍କାରୁ ଊର୍ଧ୍ବ ହେବ ବୋଲି ସୂଚନା ରହିଛି। ଭଦ୍ରକ ଅବକାରୀ ଅଧିକ୍ଷକ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅବକାରୀ ନିରୀକ୍ଷକ ଧନେଶ୍ୱର ବରାଡ଼ ଓ ଧାମନଗର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଏହି ଚଢ଼ାଉ କରାଯାଇଥିଲା। ଚଢ଼ାଉ କରାଯାଇ ୨ କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଆମ୍ବରୋଳି ଗ୍ରାମର ପ୍ରତାପ କୁମାର ପାଢ଼ୀଙ୍କୁ ଗିରଫ କରାଯାଇଛି।

ଉକ୍ତ ଚଢାଉରେ ତିହିଡି଼ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ସଂନ୍ଧ୍ୟାରାଣୀ ଦାସ , ଏ.ଏସ୍‌.ଆଇ ପୁରୁଷୋତ୍ତମ ମଲ୍ଲିକ , କନେଷ୍ଟବଳ ରମେଶ ନାୟକ, ପ୍ରଦୀପ ମଲ୍ଲିକ, ଅଜିତ କୁମାର ସିଙ୍କୁ, ଅନବାଦିତ୍ୟ ବାରିକ, ଶିବପ୍ରସାଦ ସାହୁ, ସନ୍ଧ୍ୟାରାଣୀ ସେନାପତି, ଜେମାମଣୀ ଜାମୁଡା ଆଦି ସାମିଲ ଥିଲେ। ଏନେଇ ଭଦ୍ରକ ଅବକାରୀ ବିଭାଗ ପକ୍ଷରୁ ଏକ ମାମଲା ରୁଜ୍ଜୁ କରାଯାଇଛି।

ସମ୍ବନ୍ଧିତ ଖବର