ଭଦ୍ରକ: ଭଣ୍ଡାରି ପୋଖରୀ-ଭଦ୍ରକ ଜାତୀୟ ରାଜପଥ ୧୬ ଅନ୍ତର୍ଗତ ଚିଙ୍ଗୁଡ଼ିପୁର ଗ୍ରାମ ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଭୟଙ୍କର ବାଇକ ଦୁର୍ଘଟଣାରେ ତିନିଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥାରେ ଶୋଚନୀୟ ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରିବା ପାଇଁ ବ୍ୟବସ୍ଥା କରାଯାଉଛି।
ମିଳିଥିବା ସୂଚନାନୁସାରେ, ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଥିଲା। ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଆହତଙ୍କ ପରିଚୟ ମିଳି ପାରି ନାହିଁ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2017/09/Road.jpg)