୧୦ ଦିନ ପାଇଁ ଭିତରକନିକା ବନ୍ଦ

ରାଜନଗର: ବିରଳ ବଉଳା କୁମ୍ଭୀରଙ୍କ ଅନ୍ତୁଡ଼ିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳଗୁଡ଼ିକରେ କୁମ୍ଭୀରମାନଙ୍କର ଗଣନା କରାଯିବ। କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଜାନୁଆରି ୨ ତାରିଖରୁ ୧୧ ତାରିଖ ଯାଏ ୧୦ ଦିନ ଧରି କୁମ୍ଭୀରମାନଙ୍କ ଗଣନା କରାଯିବ।

୧୦ଦିନ ଧରି ଭିତରକନିକା ଦେଶବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଜାନୁଆରି ୧୨ରେ ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଭିତରକନିକାରେ ଜାନୁଆରି ୨୦୨୧ରେ ହୋଇଥିବା ଗଣନା ଅନୁସାରେ ୧୭୬୮ ବଉଳା କୁମ୍ଭୀର ଅଛନ୍ତି।

ସମ୍ବନ୍ଧିତ ଖବର