ମୁହାଁମୁହିଁ ବାଇକ୍‌ ଧକ୍କାରେ ଦୁଇ ଚାଳକଙ୍କ ମୃତ୍ୟୁ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରସ୍ଥିତ ପାଟପୁରା ଥାନା ପାଲିପଦ୍ମନାଭପୁରରେ ରବିବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇଜଣ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ଆଜି ପାଲିପଦ୍ମନାଭପୁର ରାସ୍ତା ଦେଇ ଯାଉଥିବା ଦୁଇ ବାଇକ୍‌ ଚାଳକଙ୍କ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିବା ବେଳେ ଅନ୍ୟ ଜଣଙ୍କୁ ସ୍ଥାନୀୟଲୋକେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ। ରିପୋର୍ଟ ଲେଖାହେଲା ପର୍ଯ୍ୟନ୍ତ ଉଭୟଙ୍କ ପରିଚୟ ମିଳି ପାରି ନଥିଲା।

ସମ୍ବନ୍ଧିତ ଖବର