କଲମପୁର: କଲମପୁର ବ୍ଲକ କର୍ମେଲଡଙ୍ଗରିଗୁଡ଼ାର ଜଣେ ଯୁବକଙ୍କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗତ ୧୬ ତାରିଖ ଗାଁର ଯୋଗୀନ୍ଦ୍ର ମାଝୀ (୨୮) ତାଙ୍କ ସ୍ତ୍ରୀଙ୍କୁ ଚିକିତ୍ସା ପାଇଁ କଲମପୁର ଡାକ୍ତରଖାନାକୁ ଏକ ବାଇକ୍ ଯୋଗେ ନେଉଥିଲେ।
କର୍ମେଲିର ଏକ ପୋଖରୀ ନିକଟ ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଫଳରେ ଉଭୟ ସ୍ବାମୀ-ସ୍ତ୍ରୀ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ କଲମପୁର ଡାକ୍ତରଖାନାକୁ ନିଆଯାଇଥିଲା। ଚିକିତ୍ସା ପରେ ଘରକୁ ଫେରିଥିବା ବେଳେ ଯୋଗୀନ୍ଦ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ପୁଣି ବିଗିଡ଼ିଥିଲା। ଶୁକ୍ରବାର ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/06/dead-f.jpg)