ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ

Advertisment
ଦୁର୍ଘଟଣାରେ ବାଇକ୍‌ ଚାଳକ ମୃତ

Illustration Courtesy: The Hindu

ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା କାଙ୍କଣପଡ଼ା ନିକଟରେ ଦୁଇଟି ବାଇକ୍‌ ମଧ୍ୟରେ ଧକ୍କା ହୋଇଥିଲା। ଏଥିରେ ସାନନୂଆପଡ଼ା ଗାଁର ସନାତନ ପ୍ରଧାନ (୫୦)ଙ୍କ ମୃତ୍ୟୁ ହୋଇଯାଇଛି। ଗୁରୁବାର ସନାତନ ଏକ ବାଇକ୍‌ରେ କାଙ୍କଣପଡ଼ା ଯାଉଥିଲେ। ବିପରୀତ ଦିଗରୁ ବଡ଼କଷିବାହାଳ ଗାଁର ଟଙ୍କଧର ପ୍ରଧାନ (୨୩) ବାଇକ୍‌ରେ ଆସୁଥିଲେ। କାଙ୍କଣପଡ଼ା ଗାଁ ନିକଟ ତାରିଣି ମନ୍ଦିର ନିକଟରେ ୨ ବାଇକ୍‌ ମଧ୍ୟରେ ଧକ୍କା ହୋଇଥିଲା। ଏଥିରେ ସନାତନ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ପ୍ରଥମେ ରେଢ଼ାଖୋଲ ଓ ପରେ ବୁର୍ଲା ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସନାତନଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ପକ୍ଷରେ ଟଙ୍କଧର ସାମାନ୍ୟ ଆହତ ହୋଇଥିବା ଜଣାଯାଇଛି। ସେ ରେଢ଼ାଖୋଲରେ ପ୍ରାଥମିକ ଚିକିତ୍ସା ପରେ ଘରକୁ ଫେରିଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳକୁ ପହଞ୍ଚି ଥିଲା। ମାତ୍ର ଦୁର୍ଘଟଣାଗ୍ରସ୍ତ ବାଇକ୍‌ ଦ୍ବୟର ପତ୍ତା ପାଇନଥିଲା। ଅନ୍ୟ ପକ୍ଷରେ ଖବର ଲେଖା ହେବା ପର୍ଯ୍ୟନ୍ତ ମୃତକଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇ ନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe