ଟ୍ରକ୍‌ ଧକ୍କାରେ ବାଇକ ଆରୋହୀ ମୃତ

Advertisment
ଦୁର୍ଘଟଣାରେ ବାଇକ୍‌ ଚାଳକ ମୃତ

Illustration Courtesy: The Hindu

ଦେବଗଡ଼: ବାରକୋଟ ବ୍ଲକ ଅନ୍ତର୍ଗତ ବିଜୟନଗର ଗ୍ରାମ ନିକଟରେ ଏକ ଟ୍ରକ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ଆଜି ସଂଧ୍ୟାରେ ଜଣେ ଯୁବକ ନିଜ ବାଇକରେ ବାରକୋଟ ଅଭିମୁଖେ ଯାଉଥିବାବେଳେ ‌୪୯ ନଂ ଜାତୀୟ ରାଜପଥର ବିଜୟନଗର ଗ୍ରାମ ନିକଟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ଟ୍ରକ ଧକ୍କା ଦେବା ଫଳରେ ସେ ବାଇକରୁ ଛିଟିକି ପଡିଥିଲେ । ତାଙ୍କୁ ସ୍ଥାନୀୟ ଲୋକମାନେ ଉଦ୍ଧାର କରି ବାରକୋଟ ମେଡିକାଲରେ ଭର୍ତ୍ତି କରିଥିଲେ । କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ବର୍ତ୍ତମାନ ସୁଦ୍ଧା ତାଙ୍କର ପରିଚୟ ମିଳିନଥିବା ପୁଲିସ ସୁତ୍ରରୁ ପ୍ରକାଶ । ଖବରପାଇ ଦେବଗଡ଼ ଥାନା ପୁଲିସ ଘଟଣାସ୍ଥଳରେ ପଂହଚି ଶବ ଜବତ କରିବା ସହିତ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe