ମାଲକାନଗିରି: ଅଜଣା ଗାଡି ଧକ୍କାରେ ସ୍ୱାମୀ ଓ ସ୍ତ୍ରୀଙ୍କର ମୃତ୍ୟୁ ହୋଇଛି। ଏଭଳି ଏକ ମର୍ମନ୍ତୁଦ ସଡ଼କ ଘଟଣା ଘଟିଛି ମାଲକାନଗିରି ଥାନା ଅନ୍ତର୍ଗତ ଏମଭି-୧୩ ଛକ ନିକଟରେ। ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ନିଲିଗୁଡା ଗ୍ରାମର ଆମର ସରକାର ଓ ତାଙ୍କ ସ୍ତ୍ରୀ ଅଞ୍ଜନା ସରକାର କୌଣସି କାମ ପାଇଁ ମାଲକାନଗିରି ଆସି ନିଜ ସ୍କୁଟିରେ ଘରକୁ ଫେରୁଥିବା ବେଳେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ଚାଲିଗଲା। ଘଟଣାସ୍ଥଳରେ ହିଁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମାଲକାନଗିରି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପଠାଇଛନ୍ତି। ଗାଡ଼ିକୁ ଠାବ କରାଯାଉଥିବା ଆଇଆଇସି ରାମ ପ୍ରସାଦ ନାଗ ପ୍ରକାଶ କରିଛନ୍ତି।
ଘରକୁ ଫେରୁଥିବା ବେଳେ ଅଜଣା ଗାଡି ଧକ୍କାରେ ଦମ୍ପତିଙ୍କ ମୃତ୍ୟୁ
‘୫୦ ଲକ୍ଷ କ୍ଷତିପୂରଣ ସହ ପରିବାରର ଜଣକୁ ଚାକିରି ଦାବି’
/sambad/media/post_attachments/wp-content/uploads/2021/08/dead.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)