ବିଜୁ ବାବୁଙ୍କ ତିରୋଧାନ ଦିବସ ଅବସରରେ ଜୀବନବିନ୍ଦୁ କାର୍ଯ୍ୟକ୍ରମରେ ୫୧ ୟୁନିଟ ରକ୍ତ ସଂଗ୍ରହ

ବିଜୁ ବାବୁଙ୍କ ତିରୋଧାନ ଦିବସ ଅବସରରେ ଜୀବନବିନ୍ଦୁ କାର୍ଯ୍ୟକ୍ରମରେ ୫୧ ୟୁନିଟ ରକ୍ତ ସଂଗ୍ରହ

Sambad

ମାଲକାନଗିରି: ପ୍ରବାଦ ପୁରୁଷ ବିଜୁ ପଟନାୟକଙ୍କ ଆଜି ଥିଲା ୨୫ତମ ତିରୋଧାନ ଦିବସ। ଏହି ଅବସରରେ ମାଲକାନଗିରି ବିଜୁ ଜନତା ଦଳ ପକ୍ଷରୁ ସ୍ଥାନୀୟ ନଗର ଭବନ ଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ଚିତ୍ରକୋଣ୍ଡା ବିଧାୟକ ତଥା ଜିଲ୍ଲା ବିଜେଡିର ସଭାପତି ପୂର୍ଣ୍ଣ ଚନ୍ଦ୍ର ବାକା, ପୂର୍ବତନ ବିଧାୟକ ମାନସ ମାଡକାମୀ, ପୌରଧ୍ୟକ୍ଷ ମନୋଜ ବାରିକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ସମାରୀ ଟାଙ୍ଗୁଲ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ପତିତପାବନ ବୈଦ୍ୟ, ପୌରାଧ୍ୟକ୍ଷା କବିତା ମାହୁନ୍ତ, ବ୍ଲକ ଅଧ୍ୟକ୍ଷା ଗୌରୀ ପଡିଆମୀ, ବାଲିମେଳା ଏନଏସସି ଉପାଧ୍ୟକ୍ଷା ଶୁଭାସିନୀ ସୋଡି, ପଡିଆ ବ୍ଲକ ଅଧ୍ୟକ୍ଷା ଯମୁନା କାବାସୀ, ମାଥିଲି ବ୍ଲକ ଅଧ୍ୟକ୍ଷ ମହେଶ ବାକା, ପୂର୍ବତନ ବିଧାୟକ ମୁକୁନ୍ଦ ସୋଡି ସମେତ ଜିଲ୍ଲା ପରିଷଦ ସଭ୍ୟ ଓ ସଭ୍ୟା, ଜିଲ୍ଲାର ବିଭିନ୍ନ ଅଂଚଳରୁ ଲୋକ ପ୍ରତିନିଧି ମାନେ ଉପସ୍ଥିତ ଥିଲେ।

publive-image Sambad

ଏହି କାର୍ଯ୍ୟକ୍ରମରେ ନୂତନ କର୍ମୀ ଏବଂ ପୁରାତନ କର୍ମୀ ବିଜୁ ବାବୁଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ଶପଥ ନେଇଥିଲେ। ଏହାପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ବିରାଟ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏଥିସହ ଏକ ରକ୍ତଦାନ ଶିବିର ମଧ୍ୟ ଆୟୋଜନ କରାଯାଇଥିଲା। ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ମୋଟ ୫୧ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା। ଜିଲ୍ଲାର ବିଭିନ୍ନ ବ୍ଲକରେ ବିଜୁ ବାବୁଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe