ଟ୍ରକ୍-ବୋଲେରୋ ମୁହାଁମୁହିଁ ଧକ୍କା: ୭ ଗୁରୁତର

Advertisment
ଟ୍ରକ୍-ବୋଲେରୋ ମୁହାଁମୁହିଁ ଧକ୍କା: ୭ ଗୁରୁତର

ବୌଦ୍ଧ: ଟ୍ରକ୍-ବୋଲେରୋ ମୁହାଁମୁହିଁ ଧକ୍କା । ୭ ଜଣ ଗୁରୁତର ଆହତ । ବୌଦ୍ଧ ବାଉଁଶୁଣୀ ବହିଆ ଛକ ନିକଟରେ ଭୋର ସମୟରେ ଟ୍ରକ୍ ଓ ବୋଲେରୋ ମଧ୍ୟ ମୁହାଁମୁହିଁ ଧକ୍କା ହୋଇଛି । ଟ୍ରକଟି ସୋନପୁରରୁ ବୌଦ୍ଧ ଅଭିମୁଖେ ଯାଉଥିବା ବେଳେ ସାମ୍ନା ପଟୁ ଆସୁଥିବା ଏକ ବୋଲେରୋ ସହିତ ଧକ୍କା ହୋଇଥିଲା । ଫଳରେ ବୋଲେରୋରେ ଥିବା ଯାତ୍ରୀ ଗୁରୁତର ଆହତ ହୋଇଥିଲେ ।

ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ବାଉଁଶୁଣୀ ମେଡିକାଲରେ ଭର୍ତ୍ତି କରିଛନ୍ତି। ପୁଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe