ସଂରକ୍ଷିତ ଜଙ୍ଗଲରେ ୩ କୋଟିରୁ ଅଧିକ ଟଙ୍କା ମୂଲ୍ୟର ଗଞ୍ଜେଇ ଗଛ ନଷ୍ଟ କଲା ପୁଲିସ

Advertisment
ସଂରକ୍ଷିତ ଜଙ୍ଗଲରେ ୩ କୋଟିରୁ ଅଧିକ ଟଙ୍କା ମୂଲ୍ୟର ଗଞ୍ଜେଇ ଗଛ ନଷ୍ଟ କଲା ପୁଲିସ

କଣ୍ଟାମାଳ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ପୁଲିସ ପକ୍ଷରୁ ଚଢ଼ଉ କରି ବ୍ୟାପକ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଥାନାଧିକାରୀ ଗୋପୀନାଥ ପ୍ରଧାନଙ୍କ ନେତୃତ୍ୱରେ ଏକ ପୁଲିସ ଟିମ୍ ଲମ୍ବସରି ପଞ୍ଚାୟତ ପୁଟୁପୁଟିଗଡ଼ ସଂରକ୍ଷିତ ଜଙ୍ଗଲର ଲାଖପର୍ବତ ଗ୍ରାମ ନିକଟ ଜଙ୍ଗଲରେ ଚଢ଼ଉ କରିଥିଲା। ବେଆଇନ ଭାବେ ଚାଷ ହୋଇଥିବା ହଜାର ହଜାର ଗଞ୍ଜେଇ ଗଛକୁ କାଟି ପୋଡ଼ି ନଷ୍ଟ କରାଯାଇଥିଲା।

ଏହି ଜଙ୍ଗଲର ୩୩ ଏକର ପରିମିତ ଜାଗାରେ ବେଆଇନ ଭାବରେ ଗଞ୍ଜେଇ ଚାଷ ହୋଇଥିବା ଖବର ପାଇ ପୁଲିସ ପହଞ୍ଚି ୩୩ ହଜାର ଗଞ୍ଜେଇ ଗଛକୁ କାଟି ପୋଡ଼ି ସଂପୂର୍ଣ୍ଣ ନଷ୍ଟ କରିଥିଲା। ନଷ୍ଟ ଗଞ୍ଜେଇ ଗଛର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୩କୋଟିରୁ ଅଧିକ ଟଙ୍କା ହେବ ବୋଲି ପୁଲିସ ସୂତ୍ରରୁ ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe