Empower IAS
ସୁକିନ୍ଦା: ସୁକିନ୍ଦା ଥାନା ଅନ୍ତର୍ଗତ ଲେମ୍ବ ପଞ୍ଚାୟତ ବେଠିଆହତା ଗ୍ରାମରେ ଆଜି ଅପରାହ୍ଣରେ ବଜ୍ରାଘାତରେ ଜଣେ ବାଳକର ମୃତ୍ୟୁ ହୋଇଛି। ମୃତ ବାଳକ ଏହି ଗ୍ରାମର ବଳରାମ ମହାନ୍ତଙ୍କ ପୁଅ ସୁବ୍ରତ(୧୩)। ଅପରାହ୍ଣରେ ସୁବ୍ରତ ଘର ପାଖ ପଡ଼ିଆକୁ ଶୌଚ ପାଇଁ ଯାଇଥିବା ସମୟରେ ବଜ୍ରପାତ ହୋଇଥିଲା।
ସେଠାରେ ସେ ଟଳି ପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ତୁରନ୍ତ ସୁକିନ୍ଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ହେଲେ ସେଠାରେ ଡାକ୍ତର ସୁବ୍ରତଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ସୁକିନ୍ଦା ପୁଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଆସନ୍ତାକାଲି ଦାନଗଦୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଶବ ବ୍ୟବଚ୍ଛେଦ କରାଯିବ।
Follow Us